Odisha Link
Bridging the Missing Links in Odisha

ପଞ୍ଚଭୂତରେ ବିଲୀନ ଦେବେନ୍ଦ୍ର ପ୍ରଧାନ, ଶେଷଯାତ୍ରାରେ ସାମିଲ ହେଲେ ବହୁ ବିଶିଷ୍ଟ ବ୍ୟକ୍ତି

ଓଏଲ୍‌ ବ୍ୟୁରୋ: ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ଦେବେନ୍ଦ୍ର ପ୍ରଧାନ। ଦିଲ୍ଲୀ ସ୍ଥିତ ବାସଭବନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ହୋଇଛି। ଦେହାନ୍ତ ପରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି। ପଞ୍ଚଭୂତରେ ବିଲୀନ ହୋଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ। ରାଜ୍ୟ ଭାଜପାର ସଭାପତି ଭାବେ ଦୃଢ ନେତୃତ୍ୱ ଦେଇ ଓଡିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ। ଶୋଭାଯାତ୍ରାରେ ବରିଷ୍ଠ ନେତାଙ୍କ ସହ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବିଧାୟକ ସାମିଲ ହୋଇଥିଲେ।

ଗତକାଲି ସଂଧ୍ୟାରେ ଭୁବନେଶ୍ବର ବିମାନବନ୍ଦରରେ ପହଂଚିବା ପରେ ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା। ବିମାନବନ୍ଦରରେ ବିଭିନ୍ନ ଦଳର ରାଜନେତା ପଂହଚିଥିଲେ। ଏହାପରେ ମରଶରୀରକୁ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ନିଆଯାଇଥିଲା। ପରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀରକୁ ତାଙ୍କ ଭୁବନେଶ୍ବରସ୍ଥିତ ବାସଭବନରେ ରଖାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରିଥିଲେ।

୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଥିଲା। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ହେଉଛନ୍ତି ଡାକ୍ତର ଦେବେନ୍ଦ୍ର ପ୍ରଧାନ। ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ କେନ୍ଦ୍ରମନ୍ତ୍ରୀ ରହିଥିଲେ ଦେବେନ୍ଦ୍ର ପ୍ରଧାନ।

Leave A Reply

Your email address will not be published.