ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଓଏଲ୍ ବ୍ୟୁରୋ: ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ଆଇଏଏସ୍ କେ.ସୁଦର୍ଶନ ଚକରବର୍ତ୍ତୀଙ୍କୁ ଓଡ଼ିଶା ରାଜ୍ୟ ନାଗରିକ ଯୋଗାଣ ନିଗମ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି। ଆଇଏଏସ୍ ଶୁଭମ ସକ୍ସେନାଙ୍କୁ କୃଷି ଏବଂ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି।