Odisha Link
Bridging the Missing Links in Odisha

ଶ୍ରୀମନ୍ଦିର: ଆଜି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ୧୯ତାରିଖ ବୁଧବାର ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବାକୁ ଧାର୍ଯ୍ୟ କରାଯାଇଅଛି। ଏହି ଗୁପ୍ତ ନୀତି ସମ୍ପାଦନ ସମୟରେ ଶ୍ରୀଜୀଉ ମାନଙ୍କର ସର୍ବସାଧାରଣ ଦର୍ଶନ ପ୍ରାୟ ୫ଘଣ୍ଟା ପାଇଁ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଅଛି।

Leave A Reply

Your email address will not be published.