ବଢୁଛି ତାପମାତ୍ରା, ରାଜ୍ୟରେ ସକାଳୁଆ ସ୍କୁଲ ଶିକ୍ଷା ଆରମ୍ଭ

ଓଏଲ୍ ବ୍ୟୁରୋ: ଆଜିଠୁ ରାଜ୍ୟରେ ସକାଳୁଆ ସ୍କୁଲ ପାଠପଢ଼ା ଆରମ୍ଭ ହୋଇଛି। ଅସହ୍ୟ ଖରା ଓ ଗୁଳୁଗୁଳି ପାଇଁ ତାରିଖ ଓ ସମୟରେ ପରିବର୍ତ୍ତନ କରାଯାଇଛି । ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬ଟା ୩୦ରୁ ସ୍କୁଲ ଖୋଲି ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ । ଏନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ଗଣଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍ ହୋଇଛି । ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ ହେବ ବୋଲି ଦିନକ ତଳେ ରାଜସ୍ୱ ବିଭାଗ ପକ୍ଷରୁ କୁହାଯାଇଥିଲା । ପ୍ରବଳ ଖରାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତାରିଖ ଓ ସମୟରେ ପରିବର୍ତ୍ତନ କରାଯାଇଛି । ଖରାକୁ ଦୃଷ୍ଟିରେ ରଖି ସ୍କୁଲ୍ଗୁଡିକରେ ପିଇବା ପାଣି ବ୍ୟବସ୍ଥା ଏବଂ ପର୍ଯ୍ୟାପ୍ତ ଓଆରଏସ୍ ପ୍ୟାକେଟ୍ ମହଜୁଦ୍ ରଖିବାକୁ ନିର୍ଦ୍ଦେଶ ଦେଇଛି ବିଭାଗ ।