Odisha Link
Bridging the Missing Links in Odisha

ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଓଏଲ୍‌ ବ୍ୟୁରୋ: ଆଜି ପୁଣି ସରଗରମ ହୋଇଛି ବିଧାନସଭା। ବିଭିନ୍ନ ପ୍ରସଙ୍ଗରେ ପ୍ରଶ୍ନକାଳ ଜାରି ରହିଥିବାବେଳେ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି ବି ନାରୀ ସୁରକ୍ଷା ପ୍ରସଙ୍ଗରେ କଂଗ୍ରେସ ସଦସ୍ୟ ଗୃହରେ ନାରାବାଜି, ହୋହହ୍ଲା କରିଛନ୍ତି। ତାରାବାହିନୀ ପତିଙ୍କ ନିଲମ୍ବନ ହଟିଥିବାବେଳେ ଗୃହରେ ପୁଣି ହଟ୍ଟଗୋଳ ଦେଖିବାକୁ ମିଳିଛି। ଗୃହର ମଧ୍ୟ ଭାଗକୁ ଆସି ଘଣ୍ଟ ବଜାଇ ବିରୋଧୀ ବିରୋଧ ପ୍ରଦର୍ଶନ କରିଛନ୍ତି। ଅତ୍ୟଧିକ ହଟ୍ଟଗୋଳ କାରଣରୁ ଶେଷରେ ବାଧ୍ୟ ହୋଇ ବାଚସ୍ପତି ୧୧.୩୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଥିଲେ। ପୁଣି ଗୃହ କାର୍ଯ୍ୟ ଆରମ୍ଭ ହେବାରୁ ବିରୋଧୀଙ୍କ ହଟ୍ଟଗୋଳ କାରଣରୁ ଦିନ ୧୨ଟା ଯାଏଁ ଗୃହ ମୁଲତବି ରଖାଯାଇଥିଲା। ପରେ ପୁଣି ହଟ୍ଟଗୋଳ କାରଣରୁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ରଖାଯାଇଛି।

Leave A Reply

Your email address will not be published.