୭୬୪ ଗ୍ରାମପଞ୍ଚାୟତରେ ନାହିଁ ଇଣ୍ଟରନେଟ୍ ସେବା, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ..

ଓଏଲ୍ ବ୍ୟୁରୋ: ଆଜି ସରଗରମ ହୋଇଛି ବିଧାନସଭା। ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହୋଇଛି ବିଧାନସଭା। ଆଜି ଗୃହ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଥିବାବେଳେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଶୋକ ପ୍ରସ୍ତାବ ଆଗତ ପରେ ଗୃହରେ ପ୍ରବଳ ହଟ୍ଟଗୋଳ କାରଣରୁ ମଧ୍ୟାହ୍ନ ୧୨ଟା ୯ ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି।
ପରେ ପୁଣି ଗୃହ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ପ୍ରଶ୍ନ ନେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟର ୭୬୪ ଗ୍ରାମପଞ୍ଚାୟତରେ ଇଣ୍ଟରନେଟ୍ ସେବା ନାହିଁ । ୧୬୭ ବ୍ଲକର ୭୬୪ ଗ୍ରାମପଞ୍ଚାୟତରେ ମୋବାଇଲ୍ ଟାୱାର ନାହିଁ । ସର୍ବାଧିକ କନ୍ଧମାଳ ଜିଲ୍ଲାର ୧୦୬ ଟି ପଞ୍ଚାୟତରେ ଟାୱାର୍ ନାହିଁ। ଜୁନ୍ ୨୦୨୫ ସୁଦ୍ଧା ବଳକା ୨,୧୯୨ଟି ଟାୱାର୍ କାର୍ଯ୍ୟକ୍ଷମ ହେବ।ଗୃହରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିଛନ୍ତି।