ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ୧୧.୩୦ ଯାଏଁ ଗୃହ ମୁଲତବି

ଓଏଲ୍ ବ୍ୟୁରୋ: ଆଜି ପୁଣି ସରଗରମ ହୋଇଛି ବିଧାନସଭା। ବିଭିନ୍ନ ପ୍ରସଙ୍ଗରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି କଂଗ୍ରେସ ସଦସ୍ୟ ଗୃହରେ ଘଣ୍ଟ ଝାଂଞ୍ଚ ବଜାଇ ପ୍ରତିବାଦ କରାଯାଇଛି। ଗୃହର ମଧ୍ୟ ଭାଗକୁ ଆସି ଘଣ୍ଟ ବଜାଇ ବିରୋଧୀ ବିରୋଧ ପ୍ରଦର୍ଶନ କରିଛନ୍ତି। ଅତ୍ୟଧିକ ହଟ୍ଟଗୋଳ କାରଣରୁ ଶେଷରେ ବାଧ୍ୟ ହୋଇ ବାଚସ୍ପତି ୧୧.୩୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି।