ବିଧାନସଭାରେ ବିଶୃଙ୍ଖଳା: କଂଗ୍ରେସର ଏକାଧିକ ବିଧାୟକ ନିଲମ୍ବିତ

ଓଏଲ୍ ବ୍ୟୁରୋ: ଆଜି ପୁଣି ସରଗରମ ହୋଇଛି ବିଧାନସଭା। ବିଭିନ୍ନ ପ୍ରସଙ୍ଗରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି କଂଗ୍ରେସ ସଦସ୍ୟ ଗୃହରେ ଘଣ୍ଟ ଝାଂଞ୍ଚ ବଜାଇ ପ୍ରତିବାଦ କରାଯାଇଛି। ଗୃହର ମଧ୍ୟ ଭାଗକୁ ଆସି ଘଣ୍ଟ ବଜାଇ ବିରୋଧୀ ବିରୋଧ ପ୍ରଦର୍ଶନ କରିଛନ୍ତି। ଅତ୍ୟଧିକ ହଟ୍ଟଗୋଳ କାରଣରୁ ଶେଷରେ ବାଧ୍ୟ ହୋଇ ବାଚସ୍ପତି ୧୧.୩୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଥିଲେ।
ବିଧାନସଭା ପ୍ରବେଶ ପଥରେ ବିଜେଡି ପ୍ରତିବାଦ କରିଛି। ଓବିସିଙ୍କ ପାଇଁ ୨୭ ପ୍ରତିଶତ ସଂରକ୍ଷଣ ଦାବିରେ ବିଜେଡି ଧାରଣା ଦେଇଛି। ପୁଣି ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି। ପରେ ଗୃହ କାର୍ଯ୍ୟ ଆରମ୍ଭ ହେବାରୁ ବିରୋଧୀଙ୍କ ହାତଟାଗଲା କାରଣରୁ କଠୋର ନିଷ୍ପତି ନିଆଯାଇଛି। ବିଧାନସଭାରୁ କଂଗ୍ରେସର ୧୨ ଜଣ ବିଧାୟକ ନିଲମ୍ବିତ ହୋଇଛନ୍ତି। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବିତ ହୋଇଛନ୍ତି। ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ।
କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ନିଲମ୍ବିତ ହୋଇଛନ୍ତି। ରାମଚନ୍ଦ୍ର କାଡାମ, ସିଏସ୍ ରାଜନ ଏକ୍କା, ଦାସରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, ପ୍ରଫୁଲ୍ଲ ପ୍ରଧାନ, ମଙ୍ଗୁ ଖିଲ, ପବିତ୍ର ସାଉନ୍ତା, କାଡ୍ରାକା ଆପାଲାସ୍ବାମୀ, ନୀଳମାଧବ ହିକକା ଏବଂ ସୋଫିଆ ଫିର୍ଦ୍ଦୋସ ମଧ୍ୟ ନିଲମ୍ବିତ ହୋଇଛନ୍ତି। ତାରା ବାହିନୀପତି ଏବଂ ରମେଶ ଜେନାଙ୍କୁ ଛାଡ଼ି ଅନ୍ୟ ସମସ୍ତେ ନିଲମ୍ବିତ ହୋଇଥିବା ଜଣା ପଡିଛି।