ସରିଲା +୨ ପରୀକ୍ଷା, ଏପ୍ରିଲରେ ପରୀକ୍ଷା ଖାତା ମୂଲ୍ୟାଙ୍କନ

ଓଏଲ୍ ବ୍ୟୁରୋ: ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହୋଇଥିବା +୨ ପରୀକ୍ଷା ମାର୍ଚ୍ଚ ୨୭ ତାରିଖରେ ଶେଷ ହୋଇଛି। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଅଛନ୍ତି। ତେବେ ଯୁକ୍ତ ଦୁଇ ପରୀକ୍ଷା ଶେଷ ହୋଇଥିବାବେଳେ ୨ରୁ ଖାତା ଦେଖା ଆରମ୍ଭ ହେବା ନେଇ ସୂଚନା ରହିଛି।