ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୨ ସପ୍ତାହ ମଧ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା

ଓଏଲ୍ ବ୍ୟୁରୋ: ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ ଉତ୍କଳ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖ। ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ।
ଏହି ଅବସରରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ-୨୦୨୫ କଟକ ସତ୍ୟଭାମାପୁରରେ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସଂକୃତି ମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟ ସାମିଲ ହୋଇଛନ୍ତି।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ୨ ସପ୍ତାହ ମଧ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ ହେବ। ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତନ ନେଇ ପଦକ୍ଷେପ ନିଆଯାଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।