ଉମରକୋଟରୁ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା

ଓଏଲ୍ ବ୍ୟୁରୋ: ଉମରକୋଟରେ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଉମରକୋଟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଶୁଭାରମ୍ଭ କରିଛନ୍ତି। ପୋଷଣ ଯୁକ୍ତ ମାଣ୍ଡିଆ ଲଡ଼ୁ ବାଣ୍ଟି ଶୁଭାରମ୍ଭ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ।
ଉମରକୋଟରେ ଆୟୋଜିତ କାର୍ଯ୍ୟକ୍ରମରେ ପିଲାଙ୍କୁ ଲଡ଼ୁ ବାଣ୍ଟିଲେ। ନବମ ଓ ଦଶମ ପିଲାଙ୍କ ମଧ୍ୟାହ୍ନ ଭୋଜନର ମଧ୍ୟ ଶୁଭାରମ୍ଭ କଲେ। ରାଜ୍ୟର ୧୦ ଲକ୍ଷ ୮୦ ହଜାର ପିଲା ଉପକୃତ ହେବେ ବୋଲି ମନ୍ତ୍ରୀ କହିଛନ୍ତି।