ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ

ଓଏଲ୍ ବ୍ୟୁରୋ: ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ଓ ଚୁକ୍ତି ସ୍ବାକ୍ଷର କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଓଡ଼ିଶାରେ ଶିଳ୍ପ କ୍ଷେତ୍ରରେ ନିବେଶ ପାଇଁ ଆଇଓସିଏଲ୍, ପେଟ୍ରୋନେଟ୍ ଏଲଏନଜି ଓ ଆଇଏସପିଆର କମ୍ପାନୀଙ୍କ ସହ ଚୁକ୍ତି କରିବେ ରାଜ୍ୟ ସରକାର। ଏହି କ୍ରମରେ ଆଜି ଅପ୍ରେଲ ୭(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିଛି।
ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ଵରସ୍ଥିତ ୟୁନିଟ-୫ରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।