ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତାକାଲିଠୁ ବର୍ଷା ସମ୍ଭାବନା

ଓଏଲ୍ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଜଣା ପଡିଛି। ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ। ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ତେବେ ଏହା ପ୍ରଭାବରେ ଅସହ୍ୟ ତାତିରୁ ଆଶ୍ବସ୍ତି ମିଳିବା ଆଶଙ୍କା କରାଯାଉଛି।