ଓଡ଼ିଆ ପକ୍ଷ ପାଳନର ଅଷ୍ଟମ ଦିନ: ରାଜ୍ୟବ୍ୟାପୀ ରକ୍ତଦାନ ଅଭିଯାନ

ଓଏଲ୍ ବ୍ୟୁରୋ: ଆମ ରାଜ୍ୟରେ ପ୍ରଥମ ଥର ପାଇଁ ଏପ୍ରିଲ ୧ ତାରିଖ ଠାରୁ ନେଇ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି। ଓଡ଼ିଆ ପକ୍ଷ ପାଳନର ଅଷ୍ଟମ ଦିବସରେ ଉଚ୍ଚଶିକ୍ଷା ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥା ରେଡ କ୍ରସ ତରଫରୁ ରାଜ୍ୟବ୍ୟାପୀ ରକ୍ତଦାନ ଶିବିର ଆୟୋଜିତ ହେଉଛି। ରକ୍ତଦାନ ଭଳି ମହତ କାର୍ଯ୍ୟରେ ଅଂଶ ଗ୍ରହଣ କରି ଏହି ଅଭିଯାନକୁ ସଫଳ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆହ୍ୱାନ ଦେଇଛନ୍ତି।
ଗତକାଲି ଓଡ଼ିଆ ଭାଷା ଓ ସଂସ୍କୃତିରେ ସଚେତନତା ଏବଂ ଶିକ୍ଷାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ‘ବର୍ଣ୍ଣବୋଧ ବଣ୍ଟନ-ବର୍ଣ୍ଣବୋଧ ଉତ୍ସବ’ ଉତ୍ସାହର ସହିତ ପାଳିତ ହୋଇଥିଲା। ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାମାନଙ୍କରେ ରହିଥିବା ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନରତ ଶିଶୁମାନଙ୍କୁ ବର୍ଣ୍ଣବୋଧ ପୁସ୍ତକ ପ୍ରଦାନ କରାଯାଇଛି।