ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଏକକାଳୀନ ୯ଟି ସ୍ଥାନରେ ରେଡ୍

ଓଏଲ୍ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ବାବୁ। ଆଠମଲ୍ଲିକ ସହକାରୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଢେଙ୍କାନାଳ ଘରେ ରେଡ୍ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଚାଲିଛି ରେଡ୍। ଏକକାଳୀନ ୯ଟି ସ୍ଥାନରେ ଚଢାଉ କରାଯାଉଛି।
ଢେଙ୍କାନାଳ ସହର ଗାୟତ୍ରୀ ନଗରସ୍ଥିତ ବାସଭବନ ସମେତ ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ ଓ ସରକାରୀ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହସ୍ଥିତ ପୈତୃକ ଘର ଓ କଟକରେ ଚଢ଼ଉ ଚାଲିଛି। ଭବାନୀପାଟଣାର ଧର୍ମଗଡ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ରେଡ୍ ଚାଲିଛି। ଢେଙ୍କାନାଳ ସମେତ, ଅନୁଗୁଳ, କଟକ ଓ ଭବାନୀପାଟଣା ମଧ୍ୟ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍।