ସୃଦୃଢ଼ ହେବ ଟ୍ରାଫିକ୍ ବ୍ୟବସ୍ଥା: ୨ହଜାର ନୂଆ ଟ୍ରାଫିକ୍ ପଦବିକୁ ମିଳିଲା ମଞ୍ଜୁରୀ

ଓଏଲ୍ ବ୍ୟୁୁରୋ: ସୁଦୃଢ ହେବ ଟ୍ରାଫିକ୍ ଓ ସଡ଼କ ସୁରକ୍ଷା ଶାଖା। ୨ହଜାର ନୂଆ ଟ୍ରାଫିକ୍ ପଦବିକୁ ସରକାର ମଞ୍ଜୁରି ପ୍ରଦାନ କରିଛନ୍ତି। ନୂଆ ପଦବିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ସ୍ତରରେ ୭୦, ଜିଲ୍ଲା ସ୍ତରରେ ୧୯୩୦ ପଦବି ସୃଷ୍ଟି ହୋଇଛି।
ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବି ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ଟି ନୂତନ ପଦବି ହୋଇଥିବା ବେଳେ ଜିଲ୍ଲାସ୍ତରୀୟ ସେଟ-ଅପ୍ରେ ୧୯୩୦ଟି ପଦବି ସୃଷ୍ଟି ହୋଇଛି। ରାଜ୍ୟ ସ୍ତରୀୟ ସେଟ-ଅପ୍ରେ ନିମ୍ନଲିଖିତ ଭାବେ ପଦବି ସୃଷ୍ଟି କରାଯାଇଛି।
ADGP/IGP ଗୋଟିଏ ପଦବି, DIG (ପୁଲିସ) ଗୋଟିଏ ପଦବି, SP ୨ଟି ପଦବି, DSP ୪ଟି, Inspector ୬ଟି, SI ୮ଟି, ASI ୮ଟି, କନେଷ୍ଟବଳ ୨୨ଟି, ଡ୍ରାଇଭର ୧୦ଟି, ଏଷ୍ଟାବ୍ଲିସମେଣ୍ଟ ଅଫିସର ଗୋଟିଏ, ସେକ୍ସନ ଅଫିସର ଗୋଟିଏ, ଏ.ଏସ୍.ଓ ୩ ଟି ଓ ଜୁନିଅର ଆସିଷ୍ଟାଣ୍ଟ ପାଇଁ ୩ଟି ପଦବି ସୃଷ୍ଟି ହୋଇଛି। ସମୁଦାୟ ୭୦ଟି ପଦବି ସୃଷ୍ଟି ହୋଇଛି।
ସେହିପରି ଜିଲ୍ଲାସ୍ତରୀୟ ସେଟ-ଅପ୍ରେ ନିମ୍ନଲିଖିତ ଭାବେ ପଦବି ସୃଷ୍ଟି କରାଯାଇଛି। ଡି.ଏସ୍.ପି. ୫ଟି ପଦବି, Inspector ୪୧ଟି ପଦବି, ସବ୍- ଇନ୍ସପେକ୍ଟର ୮୩ ଟି ପଦବି, ଏ.ଏସ୍.ଆଇ. ୮୩ଟି ପଦବି, ହାବିଲ୍ଦାର ୩୧୦ ଓ କନେଷ୍ଟବଳ ପାଇଁ ୧୪୦୮ଟି ପଦବି ସୃଷ୍ଟି କରାଯାଇଛି। ସମୁଦାୟ ୧୯୩୦ଟି ପଦବି ସୃଷ୍ଟି ହୋଇଛି।
ତେବେ ଏହାଦ୍ୱାରା ରାଜ୍ୟର ଟ୍ରାଫିକ୍ ବ୍ୟବସ୍ଥା ସୁଦୃଢ଼ ହେବ ଏବଂ ସଡକ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଅନୁକରଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
ଅନ୍ୟପଟେ, ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୁଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ କରିଛନ୍ତି। ଏଥିରେ ମୁଖ୍ୟତଃ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କୈନ୍ଦ୍ରୀୟ ସଶକ୍ତ ପୁଲିସ ବାହିନୀର କର୍ମଚାରୀମାନେ ନିଯୁକ୍ତ ହୋଇଥାନ୍ତ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପୋଲିସ କର୍ମଚାରୀ ମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବିଭିନ୍ନ ପଦବୀର ପାରିଶ୍ରମିକ ନିମ୍ନମତେ ବୃଦ୍ଧି ପାଇଛି।
ସିପାହୀ (GD) ମାନଙ୍କ ମାସିକ ପାରିଶ୍ରମିକ ୩୦ ହଜାର ଟଙ୍କାରୁ ୪୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଲାନ୍ସ ନାଏକ/ନାଏକ/ହାବିଲ୍ଦାର (GD) ମାନଙ୍କ ପାରିଶ୍ରମିକ ୩୨ ହଜାରରୁ ୫୦ ହଜାର, ଜୁନିଅର କମିଶନ୍ଡ ଅଫିସର (GD) ୪୦ ହଜାରରୁ ୫୫ ହଜାର, ଜୁନିଅର କମିଶନ୍ଡ ଅଫିସର (Instructor) ୪୦ ହଜାରରୁ ୫୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି।
ସେହିପରି ଡିଙ୍ଗି ଡ୍ରାଇଭର/ସି-ମ୍ୟାନ୍ ମେକାନିକ୍/ ଖଲାସି ମାନଙ୍କ ମାସିକ ପାରିଶମିକ ୩୦ ହଜାରରୁ ୪୫ ହଜାର, ସିରାଙ୍ଗ/ଇଞ୍ଜିନ୍ ଡ୍ରାଇଭର ମାନଙ୍କର ୩୨ ହଜାରରୁ ୫୦ ହଜାର ଏବଂ ମାଷ୍ଟର ମାନଙ୍କ ମାସିକ ପାରିଶ୍ରମିକ ୪୦ ହଜାରରୁ ୫୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି।।
ବିଜୁ ଜନତା ଦଳର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି। ବର୍ତ୍ତମାନ ୪ର୍ଥ ପର୍ଯ୍ୟାୟରେ ପହଁଞ୍ଚିଛି ବିଜେଡିର ନିର୍ବାଚନ ପ୍ରକ୍ରିୟା। ଏପ୍ରିଲ ୧୩ରୁ ୧୫ ତାରିଖ ଯାଏଁ ଜିଲ୍ଲା ସଭାପତି ନିର୍ବାଚନ ପ୍ରକ୍ରିୟା ହୋଇଥିଲା। ଏହି ପ୍ରକ୍ରିୟାରେ ୧୮ ଜିଲ୍ଲାର ସଭାପତିମାନେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ୧୮ଟି ଜିଲ୍ଲାରେ ମାତ୍ର ଜଣେ ଲେଖାଏଁ ନେତା ନିର୍ବାଚନ ନାମାଙ୍କନ ଭରିଥିଲେ ବୋଲି ବିଜୁ ଜନତା ଦଳ ପକ୍ଷରୁ ପ୍ରେସ୍ ବାର୍ତ୍ତା ମାଧ୍ୟମରେ ସୂଚନା ଦିଆଯାଇଛି।
ସେହିପରି ନିର୍ବାଚନର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ବିଜେଡି ନିର୍ବାଚନ ଅଧିକାରୀ ପ୍ରତାପ ଦେବ। ରାଜ୍ୟ ପରିଷଦ ସଦସ୍ୟ ପାଇଁ ବିଧିବଦ୍ଧ କମିଟି ଓ ତା’ପରେ ଏକଜେକ୍ୟୁଟିଭ କମିଟି ଗଠିତ ହେବ। ତା’ପରେ ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ।