ଆଜି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସ, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁୁରୋ: ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ତମ ତିରୋଧାନ ଦିବସ। ଏହି ଦିବସରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭା ପରିସରରେ ଶ୍ରଦ୍ଧାଜ୍ଞଳି ଜଣାଇଲେ ମୁଖ୍ୟମନ୍ତ୍ରୀ। ସେ ଟୁଇଟ ମାଧ୍ୟମରେ କହିଛନ୍ତି ଯେ, ମହାନ ଜନନାୟକ, ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଜଣେ ସ୍ୱାଭିମାନୀ ଓଡ଼ିଆ ତଥା ଶିକ୍ଷା, ନାରୀ ସଶକ୍ତିକରଣ ସହ ଆଧୁନିକ ଓଡ଼ିଶା ଗଠନରେ ତାଙ୍କର ଅବଦାନ ସର୍ବଦା ପ୍ରେରଣାଦାୟୀ।