ଓଡ଼ିଶାକୁ ୪ହଜାର କୋଟିର ଭେଟି: ୧୭ଟି ରାଜପଥ ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକର୍ପଣ କରିଛନ୍ତି। ଯେଉଁଥିରେ ରହିଛି ୨ହଜାର ୯୦୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୧୩ଟି ଜାତୀୟ ରାଜପଥ, ୪୨୭ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୪ଟି ସିଆରଆଇଏଫ୍ ବ୍ରିଜର ଶିଳାନ୍ୟାସ କରିଛନ୍ତି।
୯୭୩ କୋଟି ଟଙ୍କା ବ୍ୟୟରେ ବଅଁରପାଳ-ଗୋଡିବନ୍ଧ ୪ ଲେନ୍ ନିର୍ମାଣ, ୫୯ ନମ୍ବର ଜାତୀୟ ରାଜପଥର ଦାରିଙ୍ଗବାଡ଼ି ଘାଟ ଅଂଶକୁ ୭୧୮ କୋଟି ଟଙ୍କାରେ ପ୍ରଶସ୍ତୀକରଣ, ମଙ୍ଗଳପୁରରୁ କୟାଁଙ୍ଗୋଲା ପର୍ଯ୍ୟନ୍ତ ୧୦ ନମ୍ବର ଜାତୀୟ ରାଜପଥକୁ ୩୭୪ କୋଟି ଟଙ୍କାରେ ପ୍ରଶସ୍ତୀକରଣ ଓ ଜରିମୁଳିକୁ ସଂଯୋଗ କରୁଥିବା ପୂଜାରୀପାଲ୍ଲୀ ଘାଟିରେ ମହାନଦୀ ଉପରେ ୨୭୩.୯୪ କୋଟି ଟଙ୍କାରେ ପୋଲ ନିର୍ମାଣ କରାଯିବ ବୋଲି ମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।