ପହଲଗାମରେ ଆତଙ୍କୀ ହମ୍ଲା: ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଓଏଲ୍ ବ୍ୟୁରୋ: ଜମ୍ମୁ ପହଲଗାମ ଆତଙ୍କୀ ଆକ୍ରମଣରେ ୨୬ଜଣଙ୍କ ମୃତ୍ୟୁ ପରେ ଆକ୍ସନ ମୋଡ଼ରେ କେନ୍ଦ୍ର ସରକାର। ସାଉଦି ଆରବ ଗସ୍ତ ଅଧାରୁ ଫେରି ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ସକାଳେ ଦିଲ୍ଲୀରେ ପହଞ୍ଚିଛନ୍ତି ମୋଦି। ଦୁଇ ଦିନିଆ ସାଉଦି ଆରବ ଗସ୍ତରେ ଯାଇଥିଲେ ପିଏମ୍ ମୋଦି। ଆସନ୍ତାକାଲି ଫେରିବାର ଥିଲା। କିନ୍ତୁ ଆତଙ୍କବାଦୀ ଆକ୍ରମଣ ପରେ ଗସ୍ତ କାଣ୍ଟଛାଣ୍ଟ କରି ସ୍ୱଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ। ଆତଙ୍କୀ ହମ୍ଲା ନେଇ ପ୍ରଧାନମନ୍ତ୍ରୀ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଦିଲ୍ଲୀ ପାଲମ ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ବୈଠକ କରିଛନ୍ତି। ବୈଠକରେ ଏନ୍ଏସ୍ଏ ଅଜିତ ଡୋଭାଲ, ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ସାମିଲ ହୋଇଛନ୍ତି।