ଆଜିଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଛୁଟି

ଓଏଲ୍ ବ୍ୟୁରୋ: ରାଜ୍ୟରେ ବଢ଼ି ଚାଲିଛି ଗ୍ରୀଷ୍ମ ପ୍ରବାହ। ଏହାକୁ ନଜରରେ ରଖି ରାଜ୍ୟ ସରକାର ନେଇଛନ୍ତି ବଡ଼ ନିଷ୍ପତ୍ତି। ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଆଜିଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ, କଲେଜ ବନ୍ଦ ରହିବ।
ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ।