ବିଜେଡିକୁ ଫେରିବେ କି ରବି ପାଣି! ବିଜେପିରୁ ଦେଲେ ଇସ୍ତଫା
ଓଏଲ୍ ବ୍ୟୁରୋ: ରାଜ୍ୟରେ ବଢୁଥିବା ତାପମାତ୍ରା ପରି ରାଜ୍ୟ ରାଜନୀତି ମଧ୍ୟ ଦିନକୁ ଦିନ ଉଷ୍ମ ହେବାରେ ଲାଗିଛି। ନିର୍ବାଚନ ତାରିଖ ଯେତେ ପାଖଉଛି ବିଭିନ୍ନ ରାଜନୈତିକ ଦଳ ଆପଣାଉଛନ୍ତି ନୂଆ ନୂଆ ରଣନୀତି। ଏହାରି ମଧ୍ୟରେ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି। ଏସବୁ ଭିତରେ ବିଜେପି ଛାଡ଼ିଲେ ରବି ନାରାୟଣ ପାଣି। ପାଲଲହଡ଼ାର ପୂର୍ବତନ ବିଧାୟକ ରବି ନାରାୟଣ ପାଣି ବିଜେପିରୁ ଇସ୍ତଫା ଦେଇଛନ୍ତି।
ସେ ଓଡ଼ିଶା ରାଜନୀତିରେ ବର୍ତ୍ତମାନ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ। ରବି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ ଓ ଲୋକସଭାର ସାଂସଦ ଭାବରେ ଥରେ ଲେଖାଏଁ କାର୍ଯ୍ୟ କରିଛନ୍ତି। ୨୦୦୯ ମସିହାରେ ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଆ ବିଧାନସଭା ନିର୍ବାଚନରେ ସେ ପାଲଲହଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ୧୯୮୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ଦେଓଗଡ଼ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ।
ରବି ଓଡ଼ିଶା ରାଜନୀତିରେ ଜନତା ଦଳ ଓ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ। ୨୦୧୯ ମସିହାରେ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ। ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ ଓ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ଜଣେ ସାଂସଦ ଭାବରେ ଥରେ ଲେଖାଏଁ କାର୍ଯ୍ୟ କରିଛନ୍ତି ।