ଗ୍ରୀଷ୍ମ ଅବକାଶ: ଏପ୍ରିଲ୍ ୨୫ରୁ ସ୍କୁଲ୍ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଓଏଲ୍ ବ୍ୟୁରୋ: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ବଢୁଥିବା ତାତିକୁ ନଜରରେ ରଖି ଆସନ୍ତା ୨୫ ତାରିଖରୁ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ରାଜ୍ୟରେ ବଢ଼ିଚାଲିଥିବା ଖରାକୁ ଦୃଷ୍ଟିରେ ଏହି ପଦକ୍ଷେପ ନିଆଯାଇଛି। ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।
ସମ୍ଭାବ୍ଯ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ। ଏପ୍ରିଲ ୨୫ ତାରିଖ ଠାରୁ ରାଜ୍ୟ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି।
ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଖରା ଛୁଟି ଘୋଷଣା ହୋଇଛି । ଏବର୍ଷ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀକୁ ପାର କରିଛି । ତେଣୁ ସାଧାରଣତଃ ମେ’ ମାସରେ ହେଉଥିବା ଖରା ଛୁଟିକୁ ଏଥର ଆଗୁଆ ଘୋଷଣା କରାଯାଇଛି।