ଜମୁଛି ନିର୍ବାଚନୀ ପ୍ରଚାର; ବାଲିମେଳାରେ ବିରୋଧୀଙ୍କୁ ଟାର୍ଗେଟ କଲେ ପାଣ୍ଡିଆନ
ଓଏଲ୍ ବ୍ୟୁରୋ: ସାରା ରାଜ୍ୟରେ ଏବେ ନିର୍ବାଚନୀ ତାତି। ନିର୍ବାଚନୀ ବୈତରଣୀ ପାର କରିବା ପାଇଁ ରାଜ୍ୟର ତିନି ପ୍ରମୁଖ ଦଳ କରୁଛନ୍ତି ଜୋରଦାର ପ୍ରସ୍ତୁତି। ଗତ ସୋମବାର ଦିନ ନବୀନ ନିବାସରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଡ଼ିିଶଙ୍ଖର ପ୍ରଚାର ଆରମ୍ଭ କରିଥିଲେ। ତେବେ ବିଜେଡି ପ୍ରଚାରର ମଙ୍ଗ ଧରିଛନ୍ତି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ମାଲକାନଗିରିର କାଲିମେଳାରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ନିର୍ବାଚନୀ ପ୍ରଚାର ଜାରି ରଖିଛନ୍ତି। ଜନତାଙ୍କୁ ଭେଟିବା ସହ ଅଭିଯୋଗ ପତ୍ର ଗ୍ରହଣ କଲେ। ଏତେ ଖରାରେ ସଭାକୁ ଆସିଥିବାରୁ କାଲିମେଳାବାସୀଙ୍କୁ ଧନ୍ୟବାଦ ଜଣାଇଲେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଜୟ ଜଗନ୍ନାଥ କହି ପ୍ରଚାର ଆରମ୍ଭ କରିଛନ୍ତି। ଦଳୀୟ ପ୍ରାର୍ଥୀ ପାଇଁ ପ୍ରଚାର ଜାରି କରିଛନ୍ତି।
ମାଲକାନଗିରିର କାଲିମେଳାରେ ଜନସଭାକୁ ସମ୍ବୋଧନ କରି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଗେଇ ପାରିଛି ମାଲକାନଗିରି। ଜିଲ୍ଲାର ବିକାଶ ପାଇଁ ବହୁ ଯୋଜନା ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ରହିଛନ୍ତି ଆଦିବାସୀ ସମ୍ପ୍ରଦାୟ। ଆଦିବାସୀଙ୍କ ଶିକ୍ଷା, ସଂସ୍କୃତିର ରକ୍ଷଣାବେକ୍ଷଣାକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହ ବିରୋଧୀଙ୍କ ଟାର୍ଗେଟ କରିଛନ୍ତି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ।
ପୂର୍ବରୁ ନିର୍ବାଚନ ପ୍ରଚାର ପାଇଁ ନୂଆପଡ଼ା ଗସ୍ତରେ ବିଜେଡି ନେତା ଭି.କେ ପାଣ୍ଡିଆନ ଯାଇ ନିର୍ବାଚନ ସଭାରେ ଜନତାଙ୍କୁ ସମ୍ବୋଧନ କରିଥିଲେ। ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ କହିଥିଲେ, ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ। ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ ଇଞ୍ଜିନ ଥିଲା, ସିଙ୍ଗଲ ଇଞ୍ଜିନ ହୋଇଗଲା। ଏବେ ଆଉ ଗୋଟେ ଇଞ୍ଜିନ ଆସିଛି । ଯଦି ଡବଲ ଇଞ୍ଜିନ ଭଲ କାମ କରୁଛି ତେବେ ଗୋଟେ ଇଞ୍ଜିନ କାହିଁକି ବନ୍ଦ ହୋଇଗଲା ବୋଲି ପ୍ରଶ୍ନ କରିଥିଲେ ପାଣ୍ଡିଆନ।