ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ; ନବରଙ୍ଗପୁରରେ ସର୍ବାଧିକ ଭୋଟ୍ ଗ୍ରହଣ
ଓଏଲ୍ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ଗତକାଲି ଦେଶର ଚତୁର୍ଥ ପର୍ଯ୍ୟାୟ ଓ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହୋଇଛି। ଇଭିଏମରେ ସିଲ୍ ହୋଇଛି ୩୭ ସାଂସଦ ଓ ୨୪୩ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ। ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୪ ଲୋକସଭା ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଭୋଟ୍ ପଡିଛି। ଓଡିଶାରେ ପ୍ରଥମ ପର୍ଯ୍ୟାୟରେ ୭୩.୯୭ ପ୍ରତିଶତ ମତଦାନ ହୋଇଛି।
ସେହିପରି ଚତୁର୍ଥ ପର୍ଯ୍ୟାୟରେ ୧୦ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ୯୬ଟି ଲୋକସଭା ଆସନ ପାଇଁ ମତଦାନ ହୋଇଛି। ନବରଙ୍ଗପୁର ଲୋକସଭା ଆସନରେ ସର୍ବାଧିକ ୮୦.୨୨ ପ୍ରତିଶତ ମତଦାନ ହୋଇଥିବାବେଳେ ବ୍ରହ୍ମପୁର ଲୋକସଭା ଆସନରେ ସର୍ବନିମ୍ନ ୬୩.୩୪ ପ୍ରତିଶତ ମତଦାନ ହୋଇଛି। ସେହିପରି କଳାହାଣ୍ଡିରେ ୬୭.୩୭ ପ୍ରତିଶତ, ନୂଆପଡାରେ ୬୬.୩୫ ପ୍ରତିଶତ, ଗଜପତିରେ ୬୩.୭୧ ପ୍ରତିଶତ, ରାୟଗଡ଼ାରେ ୬୨.୯୬ ପ୍ରତିଶତ, କୋରାପୁଟରେ ୬୧.୨୨ ପ୍ରତିଶତ ଭୋଟ୍ ପଡିଛି।