ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ, ଆସନ୍ତାକାଲି ନେଇପାରେ ଅବପାତର ରୂପ

ଓଏଲ୍ ବ୍ୟୁରୋ: ବଙ୍ଗୋପସାଗରରେ ସକ୍ରିୟ ହେଉଛି ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବ ଓଡ଼ିଶାର ସମୁଦ୍ର କୁଳିଆ ଅଞ୍ଚଳକୁ ପ୍ରଭାବିତ କରିବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ସୂଚନା ଦିଆଯାଇଛି। ଆସନ୍ତାକାଲି ଲଘୁଚାପ ଅବପାତର ରୂପ ନେବା ସମ୍ଭାବନା ରହିଛି। ଉତ୍ତର-ପୂର୍ବ ଦିଗରେ ଗତି କରି ଘନିଭୂତ ହୋଇପାରେ। ତେବେ ଏଥିପାଇଁ ଆଜିଠୁ ମତ୍ସ୍ଯଜୀବୀଙ୍କୁ ସମୁଦ୍ର ମନା କରାଯାଇଥିବାବେଳେ ୨୫ ଓ ୨୬ରେ ଓଡ଼ିଶା ଉପକୂଳରେ ହାଲୁକା ବର୍ଷା ବର୍ଷା ସମ୍ଭାବନା ରହିଛି।
ପାଣିପାଗ ବିଭାଗ ସୂଚନା ଅନୁସାରେ, ଆସନ୍ତାକାଲି ଅବପାତର ରୂପ ନେଇପାରେ ଲଘୁଚାପ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଥିବାବେଳେ ସମୁଦ୍ର ମଧ୍ୟରେ ଥିବା ମତ୍ସ୍ୟଜୀବୀ ଆଜି ସୁଦ୍ଧା କୂଳକୁ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ ଓ ୨୫ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଜାରି କରିଛି। ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଉଛି।