ଭୋଟ୍ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ନିର୍ବାଚନୀ ମହାପର୍ବରେ ସାମିଲ୍ ହେବାକୁ କଲେ ଅପିଲ୍
ଓଏଲ୍ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ଆଜି ଦେଶର ଷଷ୍ଠ ପର୍ଯ୍ୟାୟ ଓ ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ୬ ଲୋକସଭା, ୪୨ ବିଧାନସଭା ଆସନ ପାଇଁ ସକାଳ ୭ଟାରୁ ମତଦାନ କେନ୍ଦ୍ରରେ ଭୋଟରଙ୍କ ଲମ୍ବା ଲାଇନ ଲାଗିଛି। ପୁରୀ, ଭୁବନେଶ୍ବର, କଟକ, ଢେଙ୍କାନାଳ, ସମ୍ବଲପୁର ଏବଂ କେନ୍ଦୁଝର ଲୋକସଭା ଆସନ ମତଦାନ ସାବ୍ୟସ୍ତ କରିବେ ୯୪.୪୮ ଲକ୍ଷ ଭୋଟର।
ସେମାନଙ୍କ ମଧ୍ୟରେ ପୁରୁଷ ୪୮.୩୦ଲକ୍ଷ, ମହିଳା ଭୋଟର ୪୬.୧୮ଲକ୍ଷ ଭୋଟର ରହିଛନ୍ତି। ମୋଟ୍ ୧୦,୫୫୧ଟି ବୁଥ୍ରେ ମତଦାନ ହେଉଛି। ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ସକାଳୁ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ୍ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଓ ପୂର୍ବତନ ପୁଲିସ୍ ଡିଜି ସୁନୀଲ ବଂଶଲ। ଭୋଟଙ୍କୁ ଅଧିକ ମାତ୍ରାରେ ମତଦାନ କରିବାକୁ ନିବେଦନ କରିଛନ୍ତି।