Odisha Link
Bridging the Missing Links in Odisha

ଦଶମ ପରୀକ୍ଷା ଫଳ: ୨୯ରୁ ରିଚେକିଂ, ଜୁନ୍ ୧୦ରୁ ସପ୍ଲିମେଣ୍ଟାରୀ ରେଜିଷ୍ଟ୍ରେସନ

ଓଏଲ୍‌ ବ୍ୟୁରୋ: ପ୍ରକାଶ ପାଇଛି ୨୦୨୪ ବର୍ଷର ଦଶମ ପରୀକ୍ଷା ଫଳ। ଦିନ ସାଢ଼େ ୧୦ଟାରେ ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି ଫଳାଫଳ। ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷାଫଳ ପ୍ରକାଶ ପାଇବାର ଘଣ୍ଟାଏ ପରେ ଅର୍ଥାତ୍ ସାଢ଼େ ୧୧ଟାରେ ପରୀକ୍ଷାର୍ଥୀମାନେ ଅନଲାଇନରେ ଦେଖିପାରିବେ ପରୀକ୍ଷାଫଳ। ରାଜ୍ୟରେ ଏବର୍ଷ ୫ ଲକ୍ଷ ୪୧ ହଜାର ରେଗୁଲାର୍ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ଚଳିତ ବର୍ଷ ପାସ୍‌ ହାର ୯୬.୦୭ ପ୍ରତିଶତ ରହିଛି। ଚଳିତ ଥର ମଧ୍ୟ ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍‌ ହାର ଅଧିକ ରହିଛି। ଛାତ୍ରୀଙ୍କ ପାସ୍‌ ହାର ୯୬.୭୩ ପ୍ରତିଶତ ରହିଥିବା ବେଳେ ପୁଅଙ୍କ ପାସ୍‌ ହାର ୯୫.୩୯ ପ୍ରତିଶତ ରହିଛି।

ତେବେ ନିଜ ମାର୍କକୁ ନେଇ ଦ୍ୱନ୍ଦ୍ୱରେ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ରିଚେକିଙ୍ଗ ସମୟ ମଧ୍ୟ ଘୋଷଣା କରିଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ମେ’ ୨୯ରୁ ଆରମ୍ଭ ହେବ ରିଚେକିଙ୍ଗ ପାଇଁ ଆବେଦନ। ଏହା ଜୁନ୍ ୧୨ ତାରିଖ ଯାଏଁ ଚାଲିବ।ଏହି ସମୟ ଭିତରେ ଛାତ୍ରଛାତ୍ରୀମାନେ ରିଚେକିଙ୍ଗ ପାଇଁ ଅନଲାଇନରେ ଆବେଦନ କରିପାରିବେ।

ଏହାସହ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ମଧ୍ୟ ରେଜିଷ୍ଟ୍ରେସନ୍ ସମୟ ଘୋଷଣା ହୋଇଛି। ଜୁନ୍ ୧୦ ତାରିଖରୁ ଅନଲାଇନରେ ଛାତ୍ରଛାତ୍ରୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ରେଜିଷ୍ଟ୍ରେସନ୍ କରିପାରିବେ ବୋଲି ବୋର୍ଡ ସଭାପତିଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.