ବାଲେଶ୍ବରରେ ପୁଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୧୪୪ ଧାରା ଲାଗୁ
ଓଏଲ୍ ବ୍ୟୁରୋ: ବାଲେଶ୍ବରର ଶୂନହଟରେ ଗୋଷ୍ଠୀ ସଂଘର୍ଷ। ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହେବାରୁ ଘଟଣା ସ୍ଥଳରେ ବ୍ୟାପକ ଭଙ୍ଗାରୁଜା ହୋଇଛି। ପୁଲିସ୍ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ପରସ୍ପରକୁ ଢେଲା ପଥର ମାଡ଼ କରିଛନ୍ତି। ଏଥିରେ ୪ରୁ ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଏହାକୁ ନଜରରେ ରଖି ଟାଉନ ଥାନା ପୀର ବଜାରରୁ ପାତ୍ରପଡ଼ା ମଧ୍ୟରେ ୧୪୪ ଲାଗୁ କରାଯାଇଛି।
ମିଳିଥିବା ସୂଚନା ମୁତାବକ, ବାଲେଶ୍ବର ଟାଉନା ଥାନା ଅଞ୍ଚଳର ଭୁଜାଖିଆ ପିର-ଚାନ୍ଦିପୁର ରାସ୍ତା ପାର୍ଶ୍ୱରେ ରକ୍ତ ଭଳିଆ ଦେଖାଯାଉଥିବା କିଛି ନାଲି ରଙ୍ଗର ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଥିଲା। ଏହା ରକ୍ତ ବୋଲି ଗୋଟେ ଗୋଷ୍ଠୀ ସନ୍ଦେହ କରି ରାସ୍ତା ଅବରୋଧ କରି ପ୍ରତିବାଦ କରିଥିଲେ। ଟାଉନ୍ ଥାନା ପୁଲିସ ବୁଝାସୁଝା କଲା ପରେ ବି କିଛି ସୁଫଳ ମିଳିନଥିଲା।
ପରେ ପୁଲିସ୍ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ରାସ୍ତା ରଣକ୍ଷେତ୍ରରେ ପରିଣତ ହୋଇଥିଲା। ଢେଲା ପଥର ମାଡ଼ରେ ସାଧାରଣ ଜନତା, ପୁଲିସ୍ ଓ କିଛି ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଥିବା ଜଣାପଡ଼ିଛି।