Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ମିଳିଲା ନିଯୁକ୍ତି

ଓଏଲ୍‌ ବ୍ୟୁରୋ: ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ମୋହନ ସରକାର ଶାସନ ଗାଦିରେ ବସିବା ପରେ ଆରମ୍ଭ ହୋଇଛି ପ୍ରଥମ ବିଧାନସଭା ଅଧିବେଶନ। ଏସବୁ ଭିତରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି। ଯୋଜନା ଓ ସଂଯୋଜନା ବିଭାଗର ଅନୁସଚିବ ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯାଇଛି।

 

Leave A Reply

Your email address will not be published.