ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଚାଲିଛି ଚିକିତ୍ସା

ଓଏଲ୍ ବ୍ୟୁରୋ: ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ୯୬ ବର୍ଷୀୟ ଆଡଭାନୀଙ୍କୁ ବୁଧବାର ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ତାଙ୍କର ସ୍ଵାସ୍ଥ୍ୟବସ୍ଥା ବର୍ତ୍ତମାନ ସ୍ଥିର ଥିବା ଦିଲ୍ଲୀ ଏମ୍ସ ପକ୍ଷରୁ ସୂଚନା ମିଳିଛି। ବାର୍ଦ୍ଧକ୍ୟ ଜନିତ ସମସ୍ୟା ଯୋଗୁଁ ସେ ଗତ କିଛି ଦିନ ହେବ ଅସୁସ୍ଥ ରହିଛନ୍ତି। ଆଡଭାନୀ ୟୁରୋଲୋଜି ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି।
ବୁଧବାର ରାତିରେ ସ୍ଵାସ୍ଥ୍ୟବସ୍ଥାରେ ଅସୁସ୍ଥତା ପରିଲକ୍ଷିତ ହେବାରୁ ତାଙ୍କୁ ପରିବାର ଲୋକ ମେଡିକାଲରେ ଭର୍ତ୍ତି କରିଛନ୍ତି। ତେବେ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ଲାଲକୃଷ୍ଣ ଆଡଭାନୀ ଥିଲେ ଉପପ୍ରଧାନମନ୍ତ୍ରୀ। ଚଳିତବର୍ଷ ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନୀତ କରାଯାଇଥିଲା।
ସୂଚନାଥାଉକି, ଗତ ମାର୍ଚ୍ଚ ମାସରେ ଲାଲକୃଷ୍ଣ ଆଡଭାନୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନଜନକ ପୁରସ୍କାର ଭାରତ ରତ୍ନରେ ସମ୍ମାନିତ କରାଯାଇଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଡଭାନୀଙ୍କ ଦିଲ୍ଲୀ ସ୍ଥିତ ବାସଭବନକୁ ଯାଇ ଏହି ପୁରସ୍କାର ପ୍ରଦାନ କରିଥିଲେ। ଫେବ୍ରୁଆରୀ ୩ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଭାରତ ରତ୍ନ ଦେବା ପାଇଁ ଘୋଷଣା କରିଥିଲେ।