Odisha Link
Bridging the Missing Links in Odisha

୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ, ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାରେ ହେବେ ସାମିଲ

ଓଏଲ୍‌ ବ୍ୟୁରୋ: ଆଉ ଦିନ କେଇଟା ପରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଏସବୁ ଭିତରେ ୪ ଦିନିଆ ଓଡିଶା ଗସ୍ତରେ ଆସିବେ ମହାମହିମ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ତା କରାଯାଇଛି। ଆସନ୍ତା ୬ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ପୁରୀ ରଥଯାତ୍ରାରେ ସାମିଲ ହେବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ରାଜ୍ୟ ପ୍ରଶାସନିକ ସ୍ତରରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ୭ତାରିଖରେ ପୁରୀରେ ରଥଯାତ୍ରା ଦେଖିବା ସହ ୮ତାରିଖ ସକାଳେ ପୁରୀ ସମୁଦ୍ର କୂଳରେ ପ୍ରାତଃଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି।

ମିଳିଥିବା ସୂଚନା ଅନୁସାରେ, ମହାମହିମ ରାଷ୍ଟ୍ରପତି ଚଳିତ ମାସ ୬ତାରିଖ ସନ୍ଧ୍ୟାରେ ଜୟଦେବ ଭବନଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶଙ୍କର ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୭ତାରିଖରେ ପୁରୀ ଗସ୍ତ କରି ଅପରାହ୍ନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦର୍ଶନ କରିବେ। ୮ତାରିଖ ସକାଳୁ ପୁରୀ ସମୁଦ୍ର ବେଳାଭୂମିରେ ପ୍ରାତଃଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଭୁବନେଶ୍ୱର ଫେରି ପୂର୍ବାହ୍ନରେ ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିକେ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫଟସ୍ ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ। ସେହିଦିନ ଅପରାହ୍ନରେ ଭୁବନେଶ୍ୱରର ମେଣ୍ଢାଶାଳ ହରିଡ଼ାମଡ଼ାସ୍ଥିତ ଡିଭାଇନ୍ ରିଟ୍ରିଟ୍ ସେଂଟରଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ୯ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ନାଇଜରର ସ୍ନାତକ ସମାରୋହ ଉତ୍ସବରେ ଯୋଗ ଦେଇ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.