Odisha Link
Bridging the Missing Links in Odisha

ହାଥରସ ଦଳାଚକଟା: ସୁପ୍ରିମକୋର୍ଟରେ ମାମଲା, ଗଲାଣି ୧୨୧ ଜୀବନ

ଓଏଲ୍‌ ବ୍ୟୁରୋ: ଉତ୍ତରପ୍ରଦେଶର ହାଥରସରେ ଗତକାଲି ହୋଇଥିବା ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୧୨୧କୁ ବୃଦ୍ଧି ପାଇଛି। ଏପରିକି ଏହି ମାମଲା ସୁପ୍ରିମକୋର୍ଟରେ ପହଁଞ୍ଚିଛି। ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବୃଦ୍ଧି ହୋଇ ପାରେ ଆଶଙ୍କା ମଧ୍ୟ ରହିଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ଅଛନ୍ତି।

ସିକନ୍ଦରାବାଦ ନିକଟସ୍ଥ ଫୁଲେର ଗାଁରେ ସତସଙ୍ଗ ଚାଲିଥିବା ବେଳେ ଅତ୍ୟାଧିକ ଲୋକ ହୋଇଥିବା ହେତୁ ଦଳାଚକଟାରେ ୧୧୬ ଜଣଙ୍କ ମୃତ୍ୟୁ ହୋଇଥିଲା। ବୁଧବାର ସକାଳେ ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୨୧ କୁ ବୃଦ୍ଧି ପାଇଛି। ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ପୀଡ଼ିତାଙ୍କ ସମ୍ପର୍କୀୟମାନେ ସେମାନଙ୍କ ପରିବାର ସଦସ୍ୟଙ୍କ ମୃତଦେହକୁ ଘରକୁ ନେବାକୁ ଅପେକ୍ଷା କରି ରହିଛନ୍ତି।

ଜାତୀୟ ଗଣମାଧ୍ୟମରେ ପ୍ରସାରିତ ଖବର ଅନୁସାରେ ସକର ବିଶ୍ବହରି ବାବା ଓରଫ ଭୋଲେ ବାବାଙ୍କ ସତସଙ୍ଗ କାର୍ଯ୍ୟକ୍ରମରେ ଏଭଳି ଘଟଣା ଘଟିଛି । ଅନ୍ୟପଟେ ହାଥରସରେ ହୋଇଥିବା ଏହି ଦଳାଚକଟା ସମ୍ପର୍କରେ ସୁପ୍ରିମକୋର୍ଟରେ ଏକ ପିଏଲ ଦାଖଲ କରାଯାଇଛି। ଏହି ଆବେଦନରେ ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ୱାବଧାନରେ ୫ ଜଣିଆ ବିଶେଷଜ୍ଞ କମିଟି ଦ୍ୱାରା ତଦନ୍ତ କରିବାକୁ ଅନୁରୋଧ କରାଯାଇଛି।ଆବେଦନକାରୀମାନେ ଆଜି ଶୀଘ୍ର ଶୁଣାଣି ପାଇଁ ଅନୁରୋଧ କରିଛନ୍ତି। ଏହି ଘଟଣାରେ ୟୁପି ସରକାରଙ୍କ ତରଫରୁ ଏକ ଷ୍ଟାଟସ୍ ରିପୋର୍ଟ ଦାବି କରାଯାଇଛି।

Leave A Reply

Your email address will not be published.