Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଓଏଲ୍‌ ବ୍ୟୁରୋ: ମହାପ୍ରଭୁଙ୍କ ଆଡ଼ପ ପହଣ୍ଡି ବେଳେ ଅଭାବନୀୟ ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଥିଲା। ଶରଧାବାଲିରୁ ଗୁଣ୍ଡିଚା ମନ୍ଦିରକୁ ପହଣ୍ଡି ବେଳେ ଚାରରେ ଖସି ପଡ଼ିଥିଲେ ବଡ଼ ଠାକୁର ବଳଭଦ୍ର। ତାଳଧ୍ୱଜ ରଥରୁ ସେବାୟତମାନେ ବଡ଼ ଠାକୁରଙ୍କୁ ପହଣ୍ଡି କରି ଚାରମାଳ ଦେଇ ଆଣୁଥିବା ବେଳେ ହଠାତ୍ ଚାରମାଳ ଉପରେ ଖସି ପଡ଼ିଥିଲେ। ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ମାଧ୍ୟମରେ ଉଲ୍ଲେଖ କରିଛନ୍ତି ଯେ, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓଡ଼ିଆ ଅସ୍ମିତାର ପ୍ରତୀକ । ଓଡ଼ିଆ ଜାତିର ସର୍ବଶ୍ରେଷ୍ଠ ପରିଚୟ। ସେ ହେଉଛନ୍ତି ଏ ଜାତିର ମଉଡ଼ମଣି। ଜଗତର ନାଥ ଜଗନ୍ନାଥ। ମହାପ୍ରଭୁଙ୍କ ରଥଯାତ୍ରାରେ ଭାଗ ନେବା ପାଇଁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଜଗନ୍ନାଥ ପ୍ରେମୀ ଆସି ପୁରୀ ଧାମରେ ସମ୍ମିଳିତ ହୋଇଥାନ୍ତି। ସାରା ବିଶ୍ୱର କୋଣ ଅନୁକୋଣରେ ରଥଯାତ୍ରା ବିପୁଳ ଶ୍ରଦ୍ଧା ଓ ଭକ୍ତିର ସହ ପାଳନ କରାଯାଇଥାଏ। ଏତଦ ବ୍ୟତୀତ ଟିଭି ଓ ସୋସିଆଲ ମିଡ଼ିଆ ଜରିଆରେ ସାରା ବିଶ୍ୱର କୋଟି କୋଟି ଜଗନ୍ନାଥ ପ୍ରେମୀ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳାକୁ ଦର୍ଶନ କରି ଦିବ୍ୟ ଆନନ୍ଦ ଲାଭ କରିଥାନ୍ତି।

ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା ତାହା ସାରା ବିଶ୍ୱର ଜଗନ୍ନାଥପ୍ରେମୀଙ୍କୁ ବ୍ୟଥିତ କରିଛି। ମୁଁ ମଧ୍ୟ ଏଥିରେ ଅତ୍ୟନ୍ତ ମର୍ମାହତ। ଚାରାମାଳରୁ ବଡଠାକୁର ମୁହଁ ମାଡି ହୋଇ ପଡିଯିବା ଅତି ହୃଦୟ ବିଦାରକ ଘଟଣା ଥିଲା। ଏଭଳି ସ୍ପର୍ଶକାତର ମାମଲାରେ ମନ୍ତ୍ରୀ ଯେଉଁଭଳି ହାଲୁକା ମନ୍ତବ୍ୟ ଦେଲେ ଏହା ଭକ୍ତର ଭାବାବେଗକୁ ଦେଇଛି । ସରକାରଙ୍କ ଏଭଳି ଆଭିମୁଖ୍ୟ ଜଗନ୍ନାଥ ପ୍ରେମୀଙ୍କ ଆଶ୍ୱସ୍ତ କରିବାରେ ସକ୍ଷମ ହେଲା ନାହିଁ।

Leave A Reply

Your email address will not be published.