ପୁଣି ଏକ ଲଘୁଚାପ ସମ୍ଭାବନା, ବୁଧବାର ରାଜ୍ୟରେ ପ୍ରବଳ ବର୍ଷିବ!
![](https://www.odishalink.com/wp-content/uploads/2024/04/rain-1.jpg)
ଓଏଲ୍ ବ୍ୟୁରୋ: ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଜୁଲାଇ ୩୧ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଘୂର୍ଣ୍ଣିବଳୟଟି ଆଗକୁ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୩୧ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।