Odisha Link
Bridging the Missing Links in Odisha

ପୁଣି ଏକ ଲଘୁଚାପ ସୃଷ୍ଟି ନେଇ ଆକଳନ, ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଜୁଲାଇ ୩୧ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଘୂର୍ଣ୍ଣିବଳୟଟି ଆଗକୁ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୩୧ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ତିନି ଦିନ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆଜି ୭ଟି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି।

କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

Leave A Reply

Your email address will not be published.