Odisha Link
Bridging the Missing Links in Odisha

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ଏହି ୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଓଏଲ୍‌ ବ୍ୟୁରୋ: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଲାଗି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ଆଶଙ୍କା ରହିଛି। ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା କହିଛି ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼, ଅନୁଗୁଳ,ଦେବଗଡ଼, କେନ୍ଦୁଝର,ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ, ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ ଅନୁସାରେ, ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଦିଆଯାଇଛି। ବଲାଙ୍ଗିର, ମୟୂରଭଞ୍ଜ, ସମ୍ବଲପୁର ଓ ପୁରୀକୁ ୱାର୍ଣ୍ଣିଂ ଦିଆଯାଇଛି। ସ୍ଥିତି ଦେଖି ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ଜିଲ୍ଲାପାଳଙ୍କୁ ଏସଆରସି ନିର୍ଦେଶ ଦେଇଛନ୍ତି। ରାସ୍ତାଘାଟରୁ ଜଳ ନିଷ୍କାସନ ପାଇଁ ନିର୍ଦେଶ ଦିଆଯାଇଛି। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

Leave A Reply

Your email address will not be published.