Odisha Link
Bridging the Missing Links in Odisha

ବଢୁଛି ହୀରାକୁଦ ଜଳସ୍ତର, ୧୪ଟି ଗେଟ୍ ଦ୍ୱାରା ଜଳନିଷ୍କାସନ ଜାରି

ଓଏଲ୍ ବ୍ୟୁରୋ: ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୦୯.୭୩ ଫୁଟରେ ପହଂଚିଛି। ପ୍ରତି ସେକେଣ୍ଡରେ ୨ ଲକ୍ଷ ୪୬ ହଜାର ୧୮୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି। ୧୪ଟି ଗେଟରେ ଜଳନିଷ୍କାସନ ଜାରି ହୋଇଛି। ହେଲେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୌଣସି ବନ୍ୟା ପରିସ୍ଥିତି ଉପୁଜି ନାହିଁ। ନଦୀ ଗୁଡ଼ିକ ବିପଦ ସଂକେତ ତଳେ ପ୍ରବାହିତ ହେଉଥିବା ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।

Leave A Reply

Your email address will not be published.