Odisha Link
Bridging the Missing Links in Odisha

ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ତ୍ୱରିତ ସମାଧାନ ପାଇଁ ଦେଲେ ନିର୍ଦ୍ଦେଶ

ଓଏଲ୍ ବ୍ୟୁରୋ: ଆଜି (ସୋମବାର) ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି କାର୍ଯ୍ୟକ୍ରମ। ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି। ଏଥିପାଇଁ ଆଜି ସକାଳ ୮ଟାରୁ ଦିନ ୧୨ ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କାର୍ଯ୍ୟାଳୟରେ ପଞ୍ଜୀକରଣ ପାଇଁ ଲୋକଙ୍କ ପ୍ରବଳ ଭିଡ଼ ହୋଇଥିଲା।

ପଞ୍ଜୀକରଣ କରି ମୁଖ୍ୟମନ୍ତ୍ରୀଙ୍କୁ ନିଜ ଅଭିଯୋଗ ଶୁଣାଇବା ପାଇଁ ଏକାଠି ହୋଇଛନ୍ତି ଶତାଧିକ ଲୋକ। ପୁରୁଣା ସରକାର ସମୟରେ ଦୀର୍ଘ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକଷ୍ଠ ବନ୍ଦ ହୋଇଥିଲା। ଫଳରେ ଲୋକଙ୍କ ଅଭିଯୋଗର ଶୁଣାଣି ହୋଇପାରୁନଥିଲା। ଏବେ ନୂଆ ସରକାର ଆସିବା ପରେ ପୁଣି ଥରେ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ। ପୂର୍ବାହ୍ନ ୧୧ରୁ ଜନ ଶୁଣାଣି ଆରମ୍ଭ ହୋଇଛି। ଏଥିପାଇଁ ଆଜି ସକାଳ ୮ଟାରୁ ଦିନ ୧୨ ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କାର୍ଯ୍ୟାଳୟରେ ପଞ୍ଜୀକରଣ ହୋଇଥିଲା।

Leave A Reply

Your email address will not be published.