Odisha Link
Bridging the Missing Links in Odisha

୬ ଲେନ୍ ବିଶିଷ୍ଟ ହେବ ଭୁବନେଶ୍ୱର-ପୁରୀ ରାସ୍ତା, ୪ ଲେନ୍ ହେବ ଖୋର୍ଦ୍ଧା-ନୟାଗଡ଼ ରାସ୍ତା

ଓଏଲ୍‌ ବ୍ୟୁରୋ: ୩ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା। ଆଜି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ବଡ଼ ସୂଚନା ଦେଇଛନ୍ତି ମୋହନ ମାଝୀ। ଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଭୁବନେଶ୍ୱରରୁ ପୁରୀ ଯାଏଁ ସର୍ଭିସ ରୋଡ୍ ହେବ। ବର୍ତ୍ତମାନ ୪ ଲେନ୍ ବିଶିଷ୍ଟ ଥିବା ଏହି ରାସ୍ତାକୁ ୬ ଲେନ୍ ବିଶିଷ୍ଟ କରାଯିବ। ଏଥିପାଇଁ ୧୮ ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ସେହିପରି ଚଣ୍ଡିଖୋଲରୁ ବଡବିଲ ପର୍ଯ୍ୟନ୍ତ ଥିବା ରାସ୍ତାକୁ ମଧ୍ୟ ୮ ଲେନ୍ ବିଶିଷ୍ଟ କରାଯିବ। ଏଥିସହିତ ଖୋର୍ଦ୍ଧା-ନୟାଗଡ଼ ରାସ୍ତାକୁ ୪ ଲେନ୍ ବିଶିଷ୍ଟ, କେସିଙ୍ଗା-ଜୁନାଗଡ ରାସ୍ତାକୁ ୪ ଲେନ୍ ବିଶିଷ୍ଟ କରିବା ପାଇଁ କେନ୍ଦ୍ରୀୟ ସଡ଼କ ଓ ଭିତ୍ତିଭୂମି ପାଣ୍ଠି ମିଳିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ଆହୁରି କହିଛନ୍ତି, ସେତୁବନ୍ଧ ଯୋଜନାରେ ମଧ୍ୟ ଓଡିଶାକୁ ୨୫୦ କୋଟି ଟଙ୍କା ଅନୁଦାନ ମିଳିଛି। ମୋଟ ୨୧ ହଜାର ୬୫୦ କୋଟି ଟଙ୍କାର ପ୍ରକଳ୍ପ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.