Odisha Link
Bridging the Missing Links in Odisha

ବଡ଼ ଘୋଷଣା: ଏଣିକି ଋତୁସ୍ରାବ ପାଇଁ କର୍ମଜୀବୀ ମହିଳାଙ୍କୁ ମିଳିବ ଦିନେ ଛୁଟି

ଓଏଲ୍‌ ବ୍ୟୁରୋ: ୭୮ ତମ ସ୍ବାଧୀନତା ଦିବସ ଅବସରରେ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଋତୁସ୍ରାବ ହେଲେ ଏଣିକି କର୍ମଜୀବୀ ମହିଳା ପାଇବେ ଦିନେ ଛୁଟି। ସରକାରୀ ଓ ବେସକାରୀ ମହିଳା କର୍ମଚାରୀଙ୍କୁ ମିଳିବ ଏହି ସୁବିଧା। ସମଗ୍ର ରାଜ୍ୟରେ ଲାଗୁ ହେବ ଏହି ନିୟମ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି, ଋତୁସ୍ରାବ ପାଇଁ କର୍ମଜୀବୀ ମହିଳାଙ୍କୁ ଦିନେ ଛୁଟି ମିଳିବ। ସରକାରୀ ଓ ଘରୋଇ ମହିଳା କର୍ମଚାରୀ ଦିନକ ପାଇଁ ଛୁଟି ନେଇପାରିବେ। ଋତୁସ୍ରାବ ଦିନ କିମ୍ବା ଦ୍ୱିତୀୟ ଦିନ ଏହି ଛୁଟି ନେଇପାରିବେ। କଟକରେ ସ୍ୱାଧୀନତା ଦିବସ ପାଳନ ଅବସରରେ ଏହି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ।

ରାଜ୍ୟ ସରକାର ଖୁବଶୀଘ୍ର ଋତୁସ୍ରାବ ସ୍ୱାସ୍ଥ୍ୟ ନୀତି ଆଣିବାକୁ ଯାଉଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରଥମ ୧୦୦ ଦିନିଆ କାର୍ଯ୍ୟ ଭିତରେ ଏପରି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଋତୁସ୍ରାବ ସମୟରେ ଛୁଟି ଦେବା ପାଇଁ ବିଭିନ୍ନ ସମୟରେ ଦାବି ହୋଇ ଆସୁଥିଲା। ଏହା ଏବେ କାର୍ଯ୍ୟକାରୀ ହେବାକୁ ଯାଉଛି।

ସୂଚନାଥାଉକି, ପୂର୍ବରୁ ବିହାର ଓ କେରଳ ସରକାର ଋତୁସ୍ରାବ ପାଇଁ ମହିଳା କର୍ମଚାରୀଙ୍କୁ ଛୁଟି ଦେଉଛନ୍ତି।

Leave A Reply

Your email address will not be published.