Odisha Link
Bridging the Missing Links in Odisha

ବନ୍ଧା ହେଲେ କୋଟିପତି ରେଞ୍ଜର, ଟଏଲେଟ୍ ଫ୍ଲସରୁ ମିଳିଥିଲା ବିଡ଼ା ବିଡ଼ା ନୋଟ୍

ଓଏଲ୍‌ ବ୍ୟୁରୋ: ସରିଛି ନିର୍ବାଚନର ପର୍ବ। ଏବେ ସାରା ରାଜ୍ୟରେ ଚାଲିଛି ଭିଜିଲାନ୍ସ ଚଢ଼ାଉ ପର୍ବ। ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ସରକାରୀ ବାବୁ। ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିବାବେଳେ ଆଜି ତାଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ରେଡ୍ ହୋଇଥିବାବେଳେ ବନ୍ୟପ୍ରାଣୀ ଆଇନ ଉଲ୍ଲଙ୍ଘନ ନେଇ ମାମଲା ରୁଜୁ ହୋଇଛି। ଫାର୍ମରେ ବେଆଇନ ଭାବେ ମୟୂର ରଖିଥିଲେ। ୪ଟି ଯାକ ମୟୂରକୁ ବନବିଭାଗକୁ ହସ୍ତାନ୍ତର କରାଯାଇଛି।

ବିଭୁଦାନନ୍ଦଙ୍କ ଢେଙ୍କାନାଳ ସହରର ଷ୍ଟେସନ ବଜାରରେ ଥିବା ଘର, ସଦର ରେଞ୍ଜ ଅଫିସ ଓ ସରକାରୀ କ୍ଵାର୍ଟର୍ସ,କଟକ ଓ ଭୁବନେଶ୍ୱରରେ ଥିବା ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଭିଜିଲାନ୍ସ ଚଢ଼ାଉ ସମୟରେ ରେଞ୍ଜରଙ୍କ ଟଏଲେଟ୍ ଫ୍ଲସ ଟାଙ୍କିରୁ ୨ ବିଡ଼ା ଟଙ୍କା ଜବତ କରିଥିଲେ ଭିଜିଲାନ୍ସ ଅଧିକାରୀ। ରେଞ୍ଜର ବାବୁଙ୍କ ଢେଙ୍କାନାଳ ରତ୍ନବଜାରରେ ଥିବା ୩ ମହଲା ଘର, ବୀରକିଶୋରପୁରରେ ଥିବା ପୈତୃକ ଘର, ଢେଙ୍କାନାଳରେ ଥିବା ସଂପର୍କୀୟଙ୍କ ଘର, ଢେଙ୍କାନାଳ ଅଫିସ ଓ ଚ୍ୟାମ୍ବର, ଢେଙ୍କାନାଳର ସରକାରୀ କ୍ୱାର୍ଟର୍ସ ଓ ଭୁବନେଶ୍ୱର ଜିଜିପି କଲୋନୀରେ ଥିବା ଫ୍ଲାଟରେ ଚଢ଼ଉ କରିଥିଲା। ଏହି ଚଢ଼ଉରେ ୬ଜଣ ଡିଏସପି,ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୬ଜଣ ଇନ୍ସପେକ୍ଟର, ୬ଜଣ ଏସଏଆଇ ସମେତ ଅନ୍ୟ ଅଧିକାରୀ ସାମିଲ ହୋଇଥିଲେ।

Leave A Reply

Your email address will not be published.