ରତ୍ନଭଣ୍ଡାରରୁ ସରିଲା ସିନ୍ଦୁକ ସ୍ଥାନାନ୍ତରଣ ପ୍ରକ୍ରିୟା, ସ୍ୱାଭାବିକ ହେଲା ସାଧାରଣ ଦର୍ଶନ
ଓଏଲ୍ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲି ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା, ସିନ୍ଦୁକଗୁଡ଼ିକୁ ସ୍ଥାନାନ୍ତରଣ କରାଯାଇଛି। ଏହାକୁ ନେଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରିବିହାର ମ୍ୟୁଜିୟମ୍ ନିକଟ ଗୃହରେ ସଂରକ୍ଷିତ ରଖାଯାଇଛି। ଆଲମିରା, ସିନ୍ଦୁକଗୁଡ଼ିକୁ ସ୍ଥାନାନ୍ତର କରିବା ପରେ ରତ୍ନଭଣ୍ଡାରର ସ୍ଥିତି ଯାଞ୍ଚ କରାଯାଇ ମରାମତି କାର୍ଯ୍ୟ କରାଯିବ।
ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍ଓପି ଅନୁସାରେ ଖାଲି କରାଯାଇଥିବା ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହୋଇଛି। ଦିନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସ୍ଥାନାନ୍ତର ସରିବା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିଥିଲା। ପରେ ସାଧାରଣ ଦର୍ଶନକୁ ସ୍ୱାଭାବିକ କରାଯାଇଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି।