Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ, ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ। ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପ ସାଗରରେ ଅବପାତ ରୂପ ନେଇଛି। କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟ ରାତିରେ ଉପକୂଳ ଅତିକ୍ରମ କରିବ। ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳ ଅତିକ୍ରମ କରିବ। ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କଳିଙ୍ଗପଟ୍ଟନମ ଠାରୁ ୮୦, ଗୋପାଳପୁର ଠାରୁ ୧୮୦ କିମି ଦୂରରେ ଅବପାତ ରହିଛି ବୋଲି ଏକ୍ସ ଯୋଗେ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.