Odisha Link
Bridging the Missing Links in Odisha

ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ: ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟଙ୍କ ସ୍ଥାୟୀ ବେଂଚ ସ୍ଥାପନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଲେ ବଡ଼ ପ୍ରତିକ୍ରିୟା। ବିଧାନସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ହାଇକୋର୍ଟ ସ୍ଥାୟ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ବଲାଙ୍ଗୀରରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ପ୍ରଶ୍ନ କରିଥିଲେ ବିଧାୟକ କଳିକେଶ ସିଂହଦେଓ।

ଆଜି ପ୍ରଶ୍ନକାଳରେ ବିଧାୟକ କଳିକେଶ ନାରାୟଣ ସିଂହ ଦେଓ ପ୍ରଶ୍ନ କରିଥିଲେ ଯେ ବଲାଙ୍ଗୀରଠାରେ ଓଡ଼ିଶା ହାଇକୋର୍ଟର ସର୍କିଟ୍‌ ବେଞ୍ଚ ପ୍ରତିଷ୍ଠା ପାଇଁ ସରକାରଙ୍କ ପ୍ରସ୍ତାବ ଅଛିକି, ଉତ୍ତର ‘ହଁ’ ହେଲେ ସେ ଦିଗରେ କି ପଦକ୍ଷେପ ନିଆଯାଉଅଛି ? ପ୍ରଶ୍ନର ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ମାନ୍ୟବର ସୁପ୍ରିକୋର୍ଟଙ୍କ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର କୌଣସି ଯଥାର୍ଥତା ନାହିଁ।

ସୂଚନାଥାଉକି, ୨୦୨୩ ଫେବ୍ରୁଆରୀ ୭ ତାରିଖରେ ଟେକ୍ନୋଲୋଜି ଉପଯୋଗରେ କୋର୍ଟ କାର୍ଯ୍ୟ ସମ୍ଭବପର ହୋଇପାରୁଥିବାବେଳେ ହାଇକୋର୍ଟର ସ୍ଥାୟୀ ବେଂଚ ସ୍ଥାପନର ଯଥାର୍ଥତା ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଶୁଣାଇଥିଲେ।

Leave A Reply

Your email address will not be published.