Odisha Link
Bridging the Missing Links in Odisha

କାଲିଠୁ ବଢ଼ିବ ବର୍ଷାର ପରିମାଣ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଓଏଲ୍ ବ୍ୟୁରୋ: ଆସନ୍ତା ୧୩ ତାରିଖରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୂଚନା ଅନୁଯାୟୀ ବର୍ତ୍ତମାନ ମିଆଁମାର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା କ୍ରମଶଃ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୨ ଦିନ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ପ୍ରବେଶ କରିବ।

ଏହାର ପ୍ରଭାବରେ ୧୩ ଓ ୧୪ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୩ ତାରିଖ ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.