Odisha Link
Bridging the Missing Links in Odisha

ଶ୍ରୀମନ୍ଦିର ରୋଷଘର ପ୍ରସଙ୍ଗ: କଡ଼ା ନିର୍ଦ୍ଦେଶ ଦେଲେ ମୁଖ୍ୟ ପ୍ରଶାସକ

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ରୋଷ ମଧ୍ୟରେ ମାଟି କୁଡୁଆରେ ରନ୍ଧନ ପରମ୍ପରା ଥିବା ବେଳେ କିଛି ସୁପକାର ଲୁହା କଡ଼େଇ ବ୍ୟବହାର କରୁଥିବା ଅଭିଯୋଗ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢୀ ନିର୍ଦ୍ଦେଶ ଦେଇଛନ୍ତି। ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ, ରୋଷପାଇକ ନିଯୋଗର ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷ ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି ୭ ଦିନ ଭିତରେ କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି।

ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରି ବାକୁ ମଧ୍ୟ ଜଣାଇ ଦିଆଯାଇଛି। ଏହି ସମ୍ପୃକ୍ତ ସେବକଙ୍କ ଦ୍ଵାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜରଙ୍କୁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ଏହି କାର୍ଯ୍ୟର ନିରୀକ୍ଷଣ କରି ରିପୋର୍ଟ ଦାଖଲ ପାଇଁ ସୁରକ୍ଷା ପ୍ରଶାସକଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିର ସଂସ୍କୃତିକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ପରମ୍ପରା ବିରୋଧୀ କାର୍ଯ୍ୟ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ. ପାଢୀ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି।

Leave A Reply

Your email address will not be published.