Odisha Link
Bridging the Missing Links in Odisha

ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି

ଓଏଲ୍‌ ବ୍ୟୁରୋ: ଆଜି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହାକୁ ଦୃଷ୍ଟି ରଖି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ସ୍କୁଲ ସହ ଜିଲ୍ଲାରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିଛି।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଜିଲ୍ଲାକୁ ଆଜି ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ସତର୍କ କରାଯାଇଥିବାବେଳେ ଆଜିଠାରୁ ବର୍ଷାର ପରିମାଣ ବଢ଼ିବ। ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.