ଭରତପୁର ଥାନାରେ ମେଜର ଓ ବାନ୍ଧବୀ, ତନାଘନା କରୁଛି କ୍ରାଇମବ୍ରାଞ୍ଚ ଟିମ୍
ଓଏଲ୍ ବ୍ୟୁରୋ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ଧରୁନି। ଏହି ଘଟଣାକୁ ନେଇ ତଦନ୍ତ ଆରମ୍ଭ ହୋଇଥିବାବେଳେ ଭରତପୁର ଥାନାରେ ମେଜର ଓ ବାନ୍ଧବୀ ପହଂଚିଛନ୍ତି। ସେଦିନ ରାତିରେ କ’ଣ ଘଟିଥିଲା ଖୋଳତାଡ଼ ଚାଲିଛି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି।
ଅନ୍ୟପଟେ, ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଭୁବନେଶ୍ବରଠୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ହେଉଛି ଜୋରଦାର ଚର୍ଚ୍ଚା। ଦିନ ପରେ ଦିନ ଗଡ଼ିବାରେ ଲାଗିଛି ଆଉ ସାମ୍ନାକୁ ଆସୁଛି ନୂଆ ନୂଆ ଟ୍ବିଷ୍ଟ। ପ୍ରଥମେ ପୁଲିସ ଥାନାରେ ଭଙ୍ଗାରୁଜା ଏବଂ ଆକ୍ରମଣ ଘଟଣା ନେଇ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଆଡକୁ ଆଙ୍ଗୁଠି ଉଠିଥିଲା। ହେଲେ ପରବର୍ତ୍ତୀ ସମୟରେ ପୁଲିସ ବିରୋଧରେ ଆସିଲା ସାଙ୍ଘାତିକ ଅଭିଯୋଗ।
ଆଉ ଅଭିଯୋଗ ଉପରେ ଡିଜିପି ନେଲେ କାର୍ଯ୍ୟାନୁଷ୍ଠାନ। ଏପିରିକି ତଦନ୍ତ ସ୍ୱରୂପ ପାଞ୍ଚ ଜଣ ପୁଲିସ ଅଫିସରଙ୍କୁ ନିଲମ୍ବିତ ବି କରାଗଲା। ତେବେ ସେ ଦିନ ରାତିରେ ଭରତପୁର ଥାନାରେ କ’ଣ ହୋଇଥିଲା। କାହା ପାଖରେ ବି ନାହିଁ ସଠିକ୍ ପ୍ରମାଣ। ଯାହାକୁ ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ କ୍ରାଇମବ୍ରାଞ୍ଚ ଟିମ୍ ତନାଘନା କରୁଛି।