ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଓଏଲ୍ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ପାଇଁ ସବୁଠି ସମସ୍ୟା ସୃଷ୍ଟି ହୋଇଛି। ଲଘୁଚାପ କାରଣରୁ ଘଡ଼ଘଡ଼ି ସହ ବର୍ଷା ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା ଓ ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍ଆରସି।