୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଆଜିଠୁ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ। ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ କରୁଛନ୍ତି ରାଜ୍ୟ ସରକାର। ଲୋକସେବା ଭବନରେ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିଛନ୍ତି। ଜିଲ୍ଲାପାଳ ସମ୍ମିଳନୀରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରମୁଖ ଜନ କଲ୍ୟାଣ ଯୋଜନାକୁ କାର୍ଯ୍ୟକାରୀ କରିବା ସହ ରାଜ୍ୟର ବିକାଶକୁ ଆଗକୁ ନେବାକୁ ପ୍ରସ୍ତୁତ ହେବ ରୋଡ୍ ମ୍ୟାପ୍। ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱ ଦେଇ ବୈଠକ ଆୟୋଜିତ ହୋଇଛି। ଆଜି ଜିଲ୍ଲାପାଳଙ୍କ ସହ ବୈଠକ ଆୟୋଜିତ କରାଯାଇଥିବାବେଳେ କାଲି ଏସ୍ପିଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର।